କନକ ବ୍ୟୁରୋ : ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ । ବିଶାଳ ରୋଡ ସୋ କରି ଅଯୋଧ୍ୟା ରେଳ ଷ୍ଟେସନରେ ପହଂଚିଛନ୍ତି ନରେନ୍ଦ୍ର ମୋଦି । ରୋଡ ସୋ’ ବେଳେ ପ୍ରଧାନମନ୍ତ୍ରୀକୁ ଫୁଲରେ ସ୍ୱାଗତ କରାଯାଇଛି । ରାସ୍ତରେ ଦୁଇ ପଟେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ମିନିଟରେ ଅଯୋଧ୍ୟା ରେଳ ଷ୍ଟେସନର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ରେଳ ଷ୍ଟେସନର ପୁନଃନିର୍ମାଣ କରାଯାଇଛି । ଏଥିସହ ମୋଟ ୨ ହଜାର ୩୦୦ କୋଟି ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏଥିସହ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ୬ ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୋଦୀ । ସେହିପରି ୧୪ ଶହ ୫୦ କୋଟି ବ୍ୟୟରେ ନିର୍ମିତ ହୋଇଥିବା ଅଯୋଧ୍ୟା ଆନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟ ଉଦଘାଟନ କରିଛନ୍ତି ମୋଦୀ । ଏହି ବିମାନବନ୍ଦରକୁ ମହର୍ଷି ବାଲ୍ମିକୀଙ୍କ ନାମରେ ନାମିତ କରାଯାଇଛି । ଅଯୋଧ୍ୟାର ନୂଆ ଆନ୍ତର୍ଜାତୀୟ ବିମାନବନ୍ଦର, ପୁନଃନିର୍ମାଣ ରେଳ ଷ୍ଟେସନ, ଜାତୀୟ ରାଜପଥ ସହ ମୋଟ ୧୫ ହଜାର ୭୦୦ କୋଟିର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ଅଯୋଧ୍ୟାରେ ଦେଢ ଲକ୍ଷ ଲୋକଙ୍କୁ ନେଇ ଏକ ସଭାର ଆୟୋଜନ ମଧ୍ୟ କରାଯାଇଛି । ମୋଦୀ ଏହି ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ଅଛି । ତେବେ ମୋଦୀଙ୍କ ସ୍ୱାଗତ ପାଇଁ ଅଯୋଧ୍ୟା ରାମ ପଥରେ ବିଭିନ୍ନ ସ୍ଥାନରେ ୪୦ ଟି ଷ୍ଟେଜ କରାଯାଇଥିଲା । ସେହି ଷ୍ଟେଜଗୁଡିକରେ ୧୪୦୦ ଲୋକନାଟ୍ୟ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।