ସପ୍ତାହକ ମଧ୍ୟରେ ୨ ଥର ଓଡ଼ିଶା ଆସିବେ ମୋଦି । ଫେବ୍ରୁଆରୀ ୧୦ରେ ଭୁବନେଶ୍ୱରରେ ଆୟୋଜିତ ମହିଳା ସମାବେଶରେ ଦେଇପାରନ୍ତି ଯୋଗ ।

ସପ୍ତାହକ ମଧ୍ୟରେ ୨ ଥର ଓଡ଼ିଶା ଆସିବେ ମୋଦି । ଫେବ୍ରୁଆରୀ ୧୦ରେ ଭୁବନେଶ୍ୱରରେ ଆୟୋଜିତ ମହିଳା ସମାବେଶରେ ଦେଇପାରନ୍ତି ଯୋଗ ।

କନକ ବ୍ୟୁରୋ : ଗୋଟିଏ ସପ୍ତାହ ଭିତରେ ଦୁଇ ଦୁଇ ଥର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଫେବୃୟାରୀ ୩ ତାରିଖ ପରେ ପୁଣି ଫେବୃୟାରୀ ୧୦ ତାରିଖରେ ଓଡ଼ିଶା ଆସିପାରନ୍ତି ମୋଦୀ । ଭୁବନେଶ୍ୱରରେ ୧୪ ରାଜ୍ୟର ୨୫ ହଜାରରୁ ଅଧିକ ମହିଳାଙ୍କୁ ଏକ ବିଶାଳ ମହିଳା ସମାବେଶ ଆୟୋଜନ କରୁଛି ଭାରତୀୟ ଜନତା ପାର୍ଟି । ଏହି ସମାବେଶରେ ସାମିଲ୍ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ଦେଶରେ ଦୁଇଟି ବିଶାଳ ମହିଳା ସମାବେଶ ଆୟୋଜନ କରିବାକୁ ଯାଉଛି । ଗୋଟିଏ ଓଡ଼ିଶାର ଭୁବନେଶ୍ୱରରେ ମହିଳା ସମାବେଶ ହେବାକୁ ଥିବା ବେଳେ ଅନ୍ୟ ସମାବେଶଟି ମଧ୍ୟପ୍ରଦେଶରେ ଆୟୋଜିତ ହେବ । ଭୁବନେଶ୍ୱରରେ ହେବାକୁ ଥିବା ମହିଳା ସମାବେଶରେ ବହୁ କେନ୍ଦ୍ରୀୟ ନେତାଙ୍କ ସମେତ ପ୍ରଧାନମନ୍ତ୍ରୀ ମୋଦୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ଯଦି ୧୦ ତାରିଖ ମୋଦୀ ଓଡ଼ିଶା ଆସନ୍ତି, ତେବେ ଗୋଟିଏ ସପ୍ତାହ ଭିତରେ ଦୁଇ-ଦୁଇ ଥର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ହେବ । ଏହା ପୂର୍ବରୁ ଫେବୃୟାରୀ ୩ ତାରିଖରେ ସମ୍ବଲପୁର ଆଇଆଇଏମ୍’ର ଏକ କାର୍ଯ୍ୟକ୍ରମରେ ସାମିଲ ହେବେ ମୋଦୀ । ସରକାରୀ କାର୍ଯ୍ୟକ୍ରମ ବାହାରେ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ । ସେହିପରି ଏକ ଜନସଭାରେ ବି ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ମୋଦୀଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃ୍ଷ୍ଟିକୋଣରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe