ଆଜି ଦକ୍ଷିଣ ଓଡ଼ିଶାରେ ମୋଦୀଙ୍କ ପାୱାର ସୋ । ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ।

164

କନକ ବ୍ୟୁରୋ: ଆଜି ଦକ୍ଷିଣ ଓଡ଼ିଶାରେ ମୋଦୀଙ୍କ ପାୱାର ସୋ । ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ରବିବାର ରାତିରେ ପ୍ରଧାନମନ୍ତ୍ରୀ ମୋଦୀ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଓଡ଼ିଶାର ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ମୋଦୀଙ୍କୁ ସ୍ୱାଗତ କରାଯାଇଥିଲା । ମୋଦୀ ହାତରେ ପଦ୍ମ ଫୁଲ ଦେଖାଇ ଅଭିବାଦନ ଜଣାଇଥିଲେ । ଏହାପରେ ସ୍ୱତନ୍ତ୍ର କାରକେଡରେ ରାଜଭବନ ଯାଇଥିଲେ ପ୍ରଧାନମନ୍ତ୍ରୀ । ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼ ଜମିଥିଲା । ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରୀଯାପନ କରିଛନ୍ତି ।

ମୋଦୀ ଆଜି ସେ ବ୍ରହ୍ମପୁର ଓ ନବରଙ୍ଗପୁରରେ ଦଳୀୟ ସମାବେଶରେ ଯୋଗଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ସେଠାରେ ପ୍ରଚାର କରିବେ । ପ୍ରଥମେ ବ୍ରହ୍ମପୁର ଯାଇ କନିସି ଛକରେ ଜନସଭା ସହ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ନବରଙ୍ଗପୁର ଚିକିଲିଗାଁ ପଡ଼ିଆରେ ମୋଦୀ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ମୋଦୀଙ୍କ ଗସ୍ତ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଦୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି ଶିବିର ଚଳଚଞ୍ଚଳ ହୋଇପଡ଼ିଛି ।