ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ : ଅପରାହ୍ଣ ୪ଟାରେ କୋଭିଡ୍ ସ୍ଥିତି ନେଇ କରିବେ ଆଲୋଚନା

 ଶନିବାର ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ କରିଥିଲେ ସ୍ଥିତି ସମୀକ୍ଷା

146

କନକ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ । ଅପରାହ୍ଣ ୪ଟାରେ କୋଭିଡ୍ ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଗତ ଶନିବାର ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ସ୍ଥିତି ସମୀକ୍ଷା କରିଥିଲେ ମୋଦୀ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି ।

ମହାରାଷ୍ଟ୍ରରେ ରେକର୍ଡ ଦୈନିକ ସଂକ୍ରମଣ ଚିହ୍ନଟ ହେଉଛନ୍ତି । ଆଉ କିଛି ରାଜ୍ୟରେ ମଧ୍ୟ ସ୍ଥିତିି ବିଗିଡ଼ିବାରେ ଲାଗିଛି । ଏପରି ସ୍ଥିତିରେ ପ୍ରଧାନମନ୍ତ୍ରୀ ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ । କରୋନା ସଂକ୍ରମଣ ଓ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା କିପରି ନିୟନ୍ତ୍ରଣକୁ ଅଣାଯିବ, ସେନେଇ ଆଲୋଚନା କରିବେ । ଏହା ସହ ରାଜ୍ୟ ସରକାରମାନେ କ’ଣ ସବୁ ପଦକ୍ଷେପ ନେଇଛନ୍ତି ସେ ନେଇ ମଧ୍ୟ ପଚାରି ବୁଝିବେ ପ୍ରଧାନମନ୍ତ୍ରୀ ।