କନକ ବ୍ୟୁରୋ: ଜାପାନରେ ମୋଦୀଙ୍କୁ ଭେଟିଲେ ୟୁକ୍ରେନ ରାଷ୍ଟ୍ରପତି । ଭୋଲଦମିର ଜେଲେନସ୍କି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ହିରୋସୀମାରେ ଉଭୟ ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ଋଷ- ୟୁକ୍ରେନ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ଉଭୟ ଦେଶର ନେତା ଭେଟଘାଟ ହୋଇଛନ୍ତି ।
PM @narendramodi held talks with President @ZelenskyyUa during the G-7 Summit in Hiroshima. pic.twitter.com/tEk3hWku7a
— PMO India (@PMOIndia) May 20, 2023
ଏହି ବୈଠକ ବେଳେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି । ଜି-୭ ବୈଠକ ପାଇଁ ଜାପାନର ନିମନ୍ତ୍ରଣ ପରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲଦୋମିର ଜେଲେନ୍ସ୍କି । ଏହି ବୈଠକ ଅବସରରେ ଅନ୍ୟ ବିଶ୍ୱ ନେତାଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି ମୋଦୀ । ତେବେ ୟୁକ୍ରେନ-ରୁଷିଆ ଯୁଦ୍ଧ ପରେ ଜି-୭ବୈଠକରେ ଜେଲେନ୍ସ୍କି ଓ ମୋଦୀଙ୍କ ମଧ୍ୟରେ ପ୍ରଥମ ଥର ପାଇଁ ସାକ୍ଷାତ ହୋଇଥିଲେ ମଧ୍ୟ ପୂର୍ବରୁ ମୋଦୀ ଅନେକ ଥର ଫୋନ ଯୋଗେ ଜେଲେନସ୍କିଙ୍କ ସହ ଆଲୋଚନା କରିଥିଲେ । ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ମଧ୍ୟ ପୂର୍ବରୁ ଫୋନରେ କଥା ହୋଇଥିଲେ ମୋଦୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/05/FwkAvtmaIAMVGg4.jpg)