ରିଷି ସୁନକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ : ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା

268

କନକ ବ୍ୟୁରୋ : ବ୍ରିଟେନ୍ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜାପାନ ହିରୋସୀମାରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଛି । ବିଭିନ୍ନ ପ୍ରସଙ୍ଗରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଛି । ବ୍ୟବସାୟ, ବିଜ୍ଞାନ ଆଦି ପ୍ରସଙ୍ଗରେ ଦୁଇ ନେତା ଆଲୋଚନା କରିଛନ୍ତି । ଏହା ପୂର୍ବରୁ ଗତକାଲି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଥିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଓ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନସ୍କି। ଆଜି ପ୍ରଧାନମନ୍ତ୍ରୀ ମୋଦୀ ଜାପାନର ହିରୋସୀମାରେ ପହଞ୍ଚିବା ପରେ ପିସ୍ ମେମୋରିଆ ପାର୍କ ଗସ୍ତ କରିଥିଲେ । ୬ ଅଗଷ୍ଟ ୧୯୪୫ରେ ହିରୋସିମା ଉପରେ ଆମେରିକା ପରମାଣୁ ବୋମା କରିଥିଲା ।