କନକ ବ୍ୟୁରୋ: ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ବରିଷ୍ଠ ବିଜେପି ନେତାମାନେ ସ୍ୱାଗତ କରିଛନ୍ତି।
Kanak News is now on WhatsApp
Join and get latest news updates delivered to you via WhatsApp
ଶ୍ରୀ ମୋଦି ଅରୁଗୁଳ ଆଇଆଇଟି କ୍ୟାମ୍ପସରେ ପାଇକ ବିଦ୍ରୋହ ସ୍ମାରକୀ ମୁଦ୍ରା ଓ ଡାକଟିକେଟ ଜାରି କରିବା ସହିତ ଉତ୍କଳ ବିଶ୍ୱବିଦ୍ୟାଳୟରେ ବକ୍ସି ଜଗବନ୍ଧୁ ଚେୟାର ପ୍ରତିଷ୍ଠାର ଶୁଭାରମ୍ଭ କରିଛନ୍ତି । ଏହାପରେ ଖୋର୍ଦ୍ଧାରେ ଆୟୋଜିତ ଜନସଭାରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।