ପୁରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପହଞ୍ଚିବା ପରେ ଶ୍ରୀମନ୍ଦିର ଗଲେ ମୋଦୀ ।

106

କନକ ବ୍ୟୁରୋ : ପୁରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଛନ୍ତି ମୋଦୀ । ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ତାଳବଣିଆ ହେଲିପ୍ୟାଡରୁ ସିଧାସଳଖ ଶ୍ରୀମନ୍ଦିର ଅଭିମୁଖେ ଯିବେ ମୋଦୀ । ସେଠାରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ବିଶାଳ ରୋଡ ସୋ’ କରିବେ ପ୍ରଧାନମନ୍ତ୍ରୀ । ସକାଳ ୮ଟାରେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ କାର୍ଯ୍ୟକ୍ରମ ରହିଛି ।

ଦ୍ୱାରଫିଟାଠାରୁ ପ୍ରଧାନମନ୍ତ୍ରୀ ଶ୍ରୀମନ୍ଦିର ଛାଡ଼ିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସକାଳ ୮ଟାରେ ପ୍ରଧାନମନ୍ତ୍ରୀ ଶ୍ରୀମନ୍ଦିର ଛାଡ଼ିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ଶ୍ରୀମନ୍ଦିର ଛାଡ଼ିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଏସ୍ପି ପିନାକ ମିଶ୍ର କହିଛନ୍ତି । ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ରବିବାର ରାତି ୧୧ଟାରୁ ସୋମବାର ଦିନ ୧୦ଟା ପର୍ଯ୍ୟନ୍ତ ବଡ଼ଦାଣ୍ଡରେ ଗାଡ଼ି ଚଳାଚଳ ଉପରେ କଟକଣା ରହିବ । ଛାତ ଉପରେ ସଶସ୍ତ୍ର ପୁଲିସ ଜଗିବେ । ଡ୍ରୋନ୍ ଉଡ଼ିବା ଉପରେ କଟକଣା ରହିବ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଶ୍ରୀମନ୍ଦିର ଯାଇ ଦର୍ଶନ କରିବା ପରେ । ଏହାପରେ ସକାଳ ୮ଟାରେ ବିଶାଳ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି । ପରେ ଅନୁଗୁଳ ଏବଂ କଟକରେ ଜନସଭାକୁ ସମ୍ବୋଧିତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ପ୍ରଧାନମନ୍ତ୍ରୀ ।