ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ସୋ’ କରିବେ ପ୍ରଧାନମନ୍ତ୍ରୀ । ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଯାଏଁ କରିବେ ରୋଡ ସୋ’ ।

587

କନକ ବ୍ୟୁରୋ : ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସନ୍ଧ୍ୟା ୬ଟାରୁ ଆରମ୍ଭ ହେବ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’ । ମାଷ୍ଟରକ୍ୟାଣ୍ଟିନ ଛକ ଠାରୁ ବାଣୀବିହାର ଛକ ପର୍ଯ୍ୟନ୍ତ ରୋଡ ସୋ’ କରିବେ ପ୍ରଧାନମନ୍ତ୍ରୀ । ଏହି ରୋଡ ସୋ’ରେ ସାମିଲ ହେବାକୁ ଅପିଲ କରିଛନ୍ତି ଭୁବନେଶ୍ୱର ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ।

ଗତ ୨୦୧୯ରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ରୋଡ ସୋ’ କରିଥିଲେ । ଆସନ୍ତା ୧୦ ଓ ୧୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଏହାପୂର୍ବରୁ ମଇ ୬ ତାରିଖରେ ମଧ୍ୟ ଓଡ଼ିଶା ଗସ୍ତରେ ଆସି ବ୍ରହ୍ମପୁର ଓ ନବରଙ୍ଗପୁରରେ ନିର୍ବାଚନୀ ସଭା କରିଥିଲେ ମୋଦୀ । ଏହି ଜନସଭାରେ ବିଜେଡି ସରକାରକୁ ଟାର୍ଗେଟ କରିବା ସହ ଆସନ୍ତା ଜୁନ୍ ୧୦ରେ ଓଡ଼ିଶାରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଦମ୍ଭୋକ୍ତି ପ୍ରକାଶ କରିଥିଲେ । ଅନ୍ୟପଟେ ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ବିଜେପି ଶିବିର ବେଶ ଉତ୍ସାହିତ ରହିଛି ।