କନକ ବ୍ୟୁରୋ : ଆଜି ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶର ୪୬ଟି ସ୍ଥାନରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ । ସକାଳ ୧୦ଟା ୩୦ରେ ଭିଡିଓ କନଫରେନ୍ସିଂରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ଆଜି ୫୧ ହଜାରରୁ ଅଧିକ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବିତରଣ କରାଯିବ । ଦେଶର ୧୦ ଲକ୍ଷ ଯୁବକ ଯୁବତୀଙ୍କୁ ସରକାରୀ ନିଯୁକ୍ତି ଦେବା ପାଇଁ ରୋଜଗାର ମେଳା କରାଯାଉଛି । ଭାରତ ସରକାର ଓ ସହଯୋଗୀ ରାଜ୍ୟ ସରକାରଙ୍କ ଦ୍ୱାରା ମିଳିତ ଭାବେ ରୋଜଗାରର ଲକ୍ଷାଧିକ ନୂଆ ନିଯୁକ୍ତି ସୃଷ୍ଟି କରାଯାଉଛି ।

Advertisment