କନକ ବ୍ୟୁରୋ: ଆସନ୍ତା ୨୧ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତରେ ସେ ଭୁବନେଶ୍ୱର ସହିତ ରାଉରକେଲା ଓ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ବୁଧବାର ଏନେଇ ପୋଲିସ ଡିଜି ଅଭୟ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରୁ ଭିଡିଓ କନଫରେନ୍ସ ଜରିଆରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ପୋଲିସ ଡିଜି ।
ରାଷ୍ଟ୍ରପତିଙ୍କ ପ୍ରତିଟି ସ୍ଥାନକୁ ଗସ୍ତ ସମୟରେ କୋଭିଡ୍ ଗାଇଡଲାଇନକୁ ପାଳନ କରାଯିବ । ସେଠାରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ଥାନୀୟ ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଭୁବନେଶ୍ୱର ଓ ଝାରସୁଗୁଡା ବିମାନ ବନ୍ଦର ଏବଂ ରାଜଭବନର ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ପୋଲିସ ଡିଜି ସମୀକ୍ଷା କରିଛନ୍ତି । ବୁଧବାର ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଆଇନ୍ ଓ ଶୃଙ୍ଖଳା,ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକ, ପୋଲିସ କମିଶନର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/03/12-15.jpg)