ନିର୍ବାଚନ ପାଇଁ ଗଜପତି ଜିଲ୍ଲା ପୋଲିସ ସଜାଗ : ନକ୍ସଲ ପ୍ରଭାବିତ ଅଂଚଳରେ ୨ ପ୍ଲାଟୁନ ଡିଭିଏଫ ଫୋର୍ସ ମୁତୟନ

70

କନକ ବ୍ୟୁରୋ : ଆଗାମୀ ୧୧ ତାରିଖରେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଗଜପତିରେ ନିର୍ବାଚନ ହିଂସା, ଅସାମାଜିକ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ସହ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ପୋଲିସ ସଜାଗ ରହିଛି ।

ଜିଲ୍ଲାର ଦୁଇଟି ନିର୍ବାଚନ ମଣ୍ଡଳୀ ପାରଳାଖେମୁଣ୍ଡି ଓ ମୋହନାର ମୋଟ ୫୭୩ଗୋଟି ବୁଥ୍ ପାଇଁ ୧୪ଜଣ ଡିଏସପି, ୧୨ଜଣ ଇନସ୍ପେକ୍ଟର, ୧୧୨ଜଣ ସବ୍ ଇନସ୍ପେକ୍ଟରଙ୍କ ସହ ୧୩ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ରହିବେ । ଏଥିସହ ୪୨ ମୋବାଇଲ ପୋଲିସ ଟିମ୍, ୮୨ ଅତି ସମ୍ବେଦନଶୀଳ ବୁଥ ଉପରେ ନଜର ରଖାଯାଇଛି । ରାୟଗଡା ଓ କନ୍ଧମାଳ ଜିଲ୍ଲା ସୀମାବର୍ତ୍ତୀ ନକ୍ସଲ ପ୍ରଭାବିତ ଅଂଚଳରେ ୨ ପ୍ଲାଟୁନ ଡିଭିଏଫ ଫୋର୍ସ ମୁତୟନ ସହ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।