କନକ ବ୍ୟୁରୋ : ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତନ ନିର୍ଦ୍ଦେଶାଳୟର ସମନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଇଡି କରିଥିବା ନୋଟିସକୁ ବେଆଇନ ବୋଲି କହିଛନ୍ତି ଅରବିନ୍ଦ କେଜ୍ରିୱାଲ । ଏହି ନୋଟିସ୍ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଏବଂ ପ୍ରବର୍ତନ ନିଦ୍ଦେର୍ଦଶାଳୟ ତୁରନ୍ତ ଏହି ନୋଟିସ୍ ପ୍ରତ୍ୟାହାର କରୁ ବୋଲି କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏପରିକି ବିଜେପି ନିର୍ଦ୍ଦେଶର ପ୍ରବର୍ତନ ନିର୍ଦ୍ଦେଶାଳୟ ଏହି ନୋଟିସ୍ କରିଥିବା ଅଭିଯୋଗ ଆଣିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ।

Advertisment

ଆଜି ପ୍ରବର୍ତନ ନିର୍ଦ୍ଦେଶାଳୟ ବା ଇଡିରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ଦିଲ୍ଲୀ ଅବକାରୀ ଦୁନୀତି ମାମଲାରେ ତାଙ୍କୁ ଇଡି ହାଜର ହେବାକୁ ସମନ ପଠାଇଥିଲା । ଆଜି ତାଙ୍କୁ ହଜାର ହେବାକୁ କୁହାଯାଇଛି । ଏହି ମାମଲାରେ ଏପ୍ରିଲରେ ସିବିଆଇ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା କରିଥିଲା । ଜେରା ପୂର୍ବରୁ କେଜ୍ରିୱାଲଙ୍କୁ ଗିରଫ କରାଯିବା ନେଇ ଆଶଙ୍କା ପ୍ରକାଶ କରିଛନ୍ତି ଦିଲ୍ଲୀ କ୍ୟାବିନେଟର କିଛି ମନ୍ତ୍ରୀ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ, ସାଂସଦ ସଂଜୟ ସି ଇଡି ଜାଲରେ ଫଶିସାରିଛନ୍ତି । ୨୦୨୦ ନଭେମ୍ବର ୧୭ରେ ଦିଲ୍ଲୀରେ ନୂଆ ଅବକାରୀ ନୀତି ଲାଗୁ କରାଯାଇଥିଲା । ତେବେ ମଦ ମାଫିଆଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ପାଇଁ ଆଇନର ଉଲ୍ଲଙ୍ଘନ ହୋଇଥିବା ଅଭିଯୋଗ ହୋଇଥିଲା । ଏନେଇ ଗତବର୍ଷ ଅଗଷ୍ଟରେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସମେତ କିଛି ଆପ ନେତାଙ୍କ ଘରେ ଚଢାଉ ହୋଇଥିଲା । ଚଳିତବର୍ଷ ଫେବୃଆରୀରେ ଗିରଫ ହୋଇଥିଲେ ମନୀଷ ସିସୋଦିଆ । ସେହିପରି ଆପ୍ ସଂସଦ ସଂଜୟ ସିଂ ମଧ୍ୟ ଏହି ମାମଲାରେ ଗିରଫ ହୋଇସାରିଛନ୍ତି । ୩୩୮କୋଟି ଟଙ୍କାର ଅବକାରୀ ଦୁର୍ନୀତି ହୋଇଥିବା କହିଛି ଇଡି ।