ବାଲେଶ୍ୱରରେ ରାଜନୈତିକ ହିଂସା: ଦୁଇ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମାରପିଟ

126

କନକ ବ୍ୟୁରୋ: ବାଲେଶ୍ୱର ଜିଲ୍ଲା ସିଂଲା ପାଉଁଶକୁଲି ବଜାରରେ ରାଜନୈତିକ ହିଂସାକାଣ୍ଡ । ଦୁଇ ସରପଂଚ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି । କିଛି ସମୟ ପରେ ଏହି ଗଣ୍ଡଗୋଳ ଉଗ୍ରରୂପ ନେଇଥିଲା । ଉଭୟ ଗୋଷ୍ଠୀର ସମର୍ଥକମାନେ ଲାଠି ଧରି ଗୋଡାଇ ଗୋଡାଇ ନିସ୍ତୁକ ମାଡ ମାରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ଉତେଜନା ଲାଗି ରହିଛି । ସିଂଲା ପୋଲିସ ଘଟଣାସ୍ଥଳରେ ପହଂଚି ବୁଝାସୁଝା କରୁଛି ।