କନକ ବ୍ୟୁରୋ : ସାଂଗଠନିକ ନିର୍ବାଚନ ଭିତରେ ନବୀନଙ୍କୁ ଚିଠି ଲେଖିଛନ୍ତି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଯେଉଁ ଚିଠି ଦଳୀୟ ମହଲରେ ସୃଷ୍ଟି କରିଛି ଆଲୋଡ଼ନ । ସଂଗଠନରେ ସଂରକ୍ଷଣ କରିବାକୁ ସଭାପତିଙ୍କୁ ପ୍ରସ୍ତାବ ଦେଇଛନ୍ତି ରାଜା । ଆହୁରି ଲେଖିଛନ୍ତି ବିଜେଡି ସାମାଜିକ ନ୍ୟାୟ, ଧର୍ମ ନିରପେକ୍ଷତା ଓ ଆଞ୍ଚଳିକ ସନ୍ତୁଳନକୁ ନେଇ ଆଗକୁ ବଢ଼ିବା ଉଚିତ ।
ସେ ଆହୁରି କହିଛନ୍ତି, ଏସ୍ସି, ଏସ୍ଟି, ଓବିସି, ସଂଖ୍ୟାଲଘୁ ଓ ମହିଳାଙ୍କୁ ସେମାନଙ୍କ ସଂଖ୍ୟା ଅନୁପାତରେ ବିଜେଡିର ରାଜ୍ୟ, ଜିଲ୍ଲା ଓ ବ୍ଳକ୍ କମିଟିରେ ସ୍ଥାନ ମିଳୁ । କିଛି ଲୋକଙ୍କୁ ଦଳର ସଂଗଠନକୁ ହାଇଜ୍ୟାକ୍ କରିବାକୁ ଦିଆନଯାଉ । ସେ ଏହା ବି ସତର୍କ କରାଇ ଦେଇଛନ୍ତି, ୱକପ୍ ବିଲ୍ ବିବାଦ ଆମର ଧର୍ମ ନିରପେକ୍ଷତାରେ ପ୍ରଶ୍ନ ଚିହ୍ନ ଲଗାଇ ଦେଇଛି । ତେଣୁ ଧର୍ମନିରପେକ୍ଷ ଓ ସାମାଜିକ ନ୍ୟାୟ ଆଦର୍ଶକୁ ଉଜ୍ଜୀବିତ ରଖିବାକୁ ଉଚିତ ପଦକ୍ଷେପ ନିଆଯାଉ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/04/14/9wnQfrScT03Vk3odoqZW.jpg)