କନକ ବ୍ୟୁରୋ: ବିଜେଡିକୁ ଝଟକା, ପଦ ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର ସିଟିଜେନ୍ ସେଲର ସଭାପତି ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି । ଏହି ଇସ୍ତଫା ପତ୍ରରେ ଦଳ ତାଙ୍କୁ ଗୁରୁତ୍ୱ ଦେଉନଥିବା କଥା ଉଲ୍ଲେଖ କରିଛନ୍ତି ଦେବାଶିଷ ।
ନବୀନଙ୍କୁ ଲେଖଥିବା ଚିଠିରେ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ପୁନର୍ଗଠନ ବେଳେ ତାଙ୍କୁ ସିନିୟର ସିଟିଜେନ୍ ସେଲର ଉପସଭାପତି ପଦ ଦିଆଯାଇଥିଲା । ହେଲେ ଏହି ଉପସଭାପତି ପଦର ରାଙ୍କ କଣ ସେ ଜାଣିପାରୁନଥିବା କହିଛନ୍ତି । ଏଭଳି ପଦ ଦିଆଯାଇ ତାଙ୍କୁ ଅପମାନିତ କରାଯାଇଥିବା ମଧ୍ୟ ଏହି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଦେବାଶିଷ ସାମନ୍ତରାୟ ।
/filters:format(webp)/kanak/media/media_files/2025/11/25/debashish-samantaray-2025-11-25-10-37-58.jpg)
ଅନ୍ୟପଟେ ବିଜେଡି ସମ୍ପର୍କରେ ଏହି ଚିଠିରେ ଦେବାଶିଷ ଲେଖିଛନ୍ତି ଯେ, ବିଜେଡି ଗୋଟିଏ ନୂଆ ଚିନ୍ତାଧାରା ସହ ଆଗକୁ ବଢ଼ୁଛି । ଯାହାକୁ ନେଇ ସେ ନିରାଶ ଅଛନ୍ତି । ତେବେ ନବୀନ ହିଁ ହଜାର ହଜାର କର୍ମୀଙ୍କ ପାଇଁ ଏକମାତ୍ର ଆଶା ବୋଲି କହିଛନ୍ତି ଦେବାଶିଷ ।
ଆହୁରି ପଢ଼ନ୍ତୁ : ଚୀନକୁ ନେଇ ଭାରତର ବଢ଼ିଲା ଚିନ୍ତା, ଅରୁଣାଚଳ ପ୍ରଦେଶ ଭାରତର ନୁହେଁ ବୋଲି କହି ଗ୍ରହଣ କଲାନି ପାସପୋର୍ଟ
ଜାଣିରଖିବା ଉଚିତ ଯେ, ଦୀର୍ଘ ଦିନ ହେଲା ବିଜେଡି ଆଉ ଦେବାଶିଷଙ୍କ ଭିତରେ କିଛି ବି ଠିକ୍ ନାହିଁ । ୨୦୨୪ ନିର୍ବାଚନରେ ଦଳର ପରାଜୟ ପରେ ଦେବାଶିଷ ସାମନ୍ତରାୟ ଦଳର ପରିଚାଳନା ନେଇ ବାରମ୍ବାର ପ୍ରଶ୍ନ ଉଠାଇ ଆସିଛନ୍ତି । ଏମିତି କି ଓ୍ୱାକଫ୍ ବିଲ ସମୟରେ ମଧ୍ୟ ଦେବାଶିଷଙ୍କୁ ନେଇ ବିଜେଡି ରାଜନୀତି ସରଗରମ ହୋଇଥିଲା । ଆଉ ଏବେ ସିନିୟର ସିଟିଜେନ୍ ସେଲର ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/11/25/debashis-2025-11-25-10-39-56.jpg)