କନକ ବ୍ୟୁରୋ : ରାଜଭବନର ନାଁ ବଦଳିଛି । କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ନିଷ୍ପତ୍ତି ନିଆଯାଇଛି । ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ ପୁରୀ ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ଲୋକଭବନ କରାଯାଇଛି । ପୂର୍ବରୁ ସରକାର ରାଜ୍ୟ ସଚିବାଳୟ ନାଁ ବଦଳାଇ ଲୋକସେବା ଭବନ କରିଥିଲେ ।
ଅଧିକ ପଢ଼ନ୍ତୁ : ବଜେଟ୍ ପ୍ରବଳ, ଖର୍ଚ୍ଚ ଦୁର୍ବଳ; ୭ ମାସରେ ଖର୍ଚ୍ଚ ହୋଇଛି ମାତ୍ର ୩୯ ପ୍ରତିଶତ
ସେପଟେ ବିଧାନସଭାରେ ସଂକଳ୍ପ ପତ୍ରକୁ ଚିରି ଫିଙ୍ଗିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସଂକଳ୍ପ ପତ୍ର ଚିରିବା ସହ ବିଜେଡି ଓ କଂଗ୍ରେସ ସଦସ୍ୟ କକ୍ଷ ତ୍ୟାଗ କରିଛନ୍ତି । ଜଳ ନିୟନ୍ତ୍ରଣ ଓ ନିବାରଣ ସଂକଳ୍ପ ସମୟରେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ପ୍ରତି ଉତ୍ତର ରଖୁଥିଲେ । ହେଲେ ଏହାକୁ ପ୍ରତିବାଦ କରିବା ସହ ସଂକଳ୍ପ ପତ୍ରକୁ ଚିରି ଫୋପାଡ଼ି ଦେଇଥିଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଯାହା ପରେ ଗୃହକୁ ଆସନ୍ତାକାଲି ପର୍ଯ୍ୟନ୍ତ ମୁଲତବି କରାଯାଇଛି ।
ଆଜି ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ । ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ଦୁଇ ନେତା । ତେବେ ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ ସୋନପୁରରେ DHHର ନିର୍ମାଣ ଶୈଳୀ ଦେଶର ଦ୍ଵିତୀୟ ସ୍ଥାନରେ ରହିଛି, କିନ୍ତୁ ଡାକ୍ତର ନାହାନ୍ତି । ମନ୍ତ୍ରୀ ତାଙ୍କ ଏରିଆକୁ ଭଲ ଡାକ୍ତର ବଦଳି କରି ନେଇଯାଉଛନ୍ତି । ଯେଉଁ କାରଣରୁ ଅନେକ ରୋଗୀ ଚିକିତ୍ସା ପାଇବାରୁ ବଞ୍ଚିତ ହେଉଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/12/01/raj-bhavan-2025-12-01-22-13-06.jpg)