କନକ ବ୍ୟୁରୋ :ରାଜନୀତିରେ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବା ସହ ପ୍ରଶ୍ନ ବାଣରେ ଘାଇଲା କରିଛନ୍ତି । ଏହାରି ଭିତରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ ।
ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ଓ ବାମପନ୍ଥୀ ଦଳ । ଏହି ସମୟରେ ସ୍କୁଲ, କଲେଜ, ଦୋକାନ, ବଜାର ବନ୍ଦ ରହିବ । ଆଜି ସବୁ ସହରରେ ଜଳାଯିବ କ୍ୟାଣ୍ଡେଲ ଲାଇଟ୍ । କ୍ୟାଣ୍ଡେଲ ଶୋଭାଯାତ୍ରା କରି ସୌମ୍ୟାଶ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବ କଂଗ୍ରେସ । ତେବେ ଓଡ଼ିଶା ବନ୍ଦ ଡାକରାରେ ସମସ୍ତେ ସାମିଲ ହେବା ପାଇଁ ଆଦ୍ୱାନ ଦେଇଛି ଦଳ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/07/15/odisha-bandh-2025-07-15-10-36-08.jpg)