କନକ ବ୍ୟୁରୋ: ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି ଉତ୍ସବରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ । ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ମୋଦୀ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା ।

Advertisment

ଓଡ଼ିଶାରେ ବିଜେପି ସରକାରର ବର୍ଷପୂର୍ତ୍ତି, ଆସିଲେ ପ୍ରଧାନମନ୍ତ୍ରୀ । ରାଜ୍ୟବାସୀଙ୍କୁ ପ୍ରାୟ ୩ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ନରେନ୍ଦ୍ର ମୋଦୀ  । ଏଥିରେ ୨୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ସହ ନରାଜରେ ନିର୍ମିତ ୫୦କୋଟି ଟଙ୍କାର ଇଭି ବସ୍‌ ଡିପୋର ଉଦ୍‌ଘାଟନ , ୧୦୦ଟି ନୂଆ ଇଭି ବସ୍‌ର ଶୁଭାରମ୍ଭ ଆଦି ରହିଛି । ଏଥିପାଇଁ ବିଜେପି ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି  ।

ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ପହଞ୍ଚିବା ପରେ ରୋଡ୍‌ ସୋ’ରେ ବାହାରି ୪ଟା ୧୫ରେ ଜନତା ମଇଦାନରେ ପହଞ୍ଚିବ ମୋଦୀଙ୍କ ରୋଡ୍‌ ସୋ’ । ସେଠାରେ ଅପରାହ୍ନ ୫ଟା ୩୫ ପର୍ଯ୍ୟନ୍ତ ରହିବେ ।  ଅପରାହ୍ନ ୫ଟା ୫୦ରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରୁ ନୂଆଦିଲ୍ଲୀ ଅଭିମୁଖେ ବାହାରିଯିବେ ପ୍ରଧାନମନ୍ତ୍ରୀ  । ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ‘ଓଡ଼ିଶା ଭିଜନ୍‌-୨୦୩୬  ଓ  ୨୦୪୭’ ପୁସ୍ତିକାକୁ ଉନ୍ମୋଚନ କରିବେ ।

ଏହାସହ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ପାଇଁ ଯେଉଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ମୋଦି ତା’ର ରୋଡ୍‌ ମ୍ୟାପ୍ ଘୋଷଣା କରିବେ ।  ସରକାର କିପରି ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତିକୁ ଗୋଟି ଗୋଟି ପାଳନ କରୁଛନ୍ତି ଏବଂ କ’ଣ କରିବାକୁ ଯୋଜନା କରିଛନ୍ତି, ସେ ନେଇ ମଧ୍ୟ କହିବେ  ।