କନକ ବ୍ୟୁରୋ : ଓଡିଶା ପାଇଁ ରଣନୀତି ପ୍ରସ୍ତୁତ କରୁଛି କଂଗ୍ରେସ । ପୁଣି ଓଡ଼ିଶା ଆସିବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । ଆସନ୍ତା ନଭେମ୍ବର କିମ୍ବା ଡିସେମ୍ବର ମାସରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ରାଜ୍ୟରେ ବଡ଼ କାର୍ଯ୍ୟକ୍ରମ କରାଯିବ । ଭୋଟ ଚୋରି, ଗରିବୀ, ନାରୀ ସୁରକ୍ଷା ଆଦି ପ୍ରସଙ୍ଗକୁ ନେଇ ବିଶାଳ କାର୍ଯ୍ୟକ୍ରମ ହେବ । ରାହୁଲ ଗାନ୍ଧୀ ରୋଡ଼ ଶୋ କରିବେ । ବିଶାଳସଭାରେ ଯୋଗ ଦେବେ ଓ ବିଭିନ୍ନ ଜିଲ୍ଲାରେ କାର୍ଯ୍ୟକ୍ରମ ହେବ ବୋଲି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ ।
ନିକଟରେ ଭୁବନେଶ୍ୱରରେ ଆସିଥିଲେ ରାହୁଲ ଗାନ୍ଧୀ । ସମ୍ୱିଧାନ ବଞ୍ଚାଅ ସମାବେଶରେ ହୋଇଥିଲେ ସାମିଲ । ବରମୁଣ୍ଡା ପଡ଼ିଆରେ ସାଧାରଣ ସଭା କାର୍ଯ୍ୟକ୍ରମରେ ଦେଇଥିଲେ । ରାଜ୍ୟ କଂଗ୍ରେସକୁ ସୁଦୃଢ଼ କରିବା ପାଇଁ ବାରମ୍ବାର ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ । ବରମୁଣ୍ଡା ପଡିଆରେ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗଦେବା ପରେ ସିଧା ପାର୍ଟି ଅଫିସକୁ ଯାଇଥିଲେ । କଂଗ୍ରେସ ଭବନରୁ ଶାସକ ବିଜେପିକୁ ଘେରିବାକୁ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଥିଲେ ରାହୁଲ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/08/30/rahul-gandhi-2025-08-30-19-58-13.jpg)