୪୬ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୪୬ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୨ ଜଣ; କଣ୍ଟେନମେଣ୍ଟ ଜୋନରୁ ୨ ଓ ଅନ୍ୟ ଅଞ୍ଚଳରୁ ୨ ଜଣ ଆକ୍ରାନ୍ତ

885

କନକ ବ୍ୟୁରୋ: ୪୬ ଜଣ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର । କାଲିଠାରୁ ଏଯାଏଁ ୪୬ ଆକ୍ରାନ୍ତଙ୍କ ତଥ୍ୟ ଦେିଛନ୍ତି ସରକାର । ତେବେ ୪୬ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ୩୮ ଆକ୍ରାନ୍ତ ହେଉଛନ୍ତି ସୁରତ ଫେରନ୍ତା । ସେହିଭଳି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରେ ୪୨ ସଂକ୍ରମିତ ଥିବା ବେଳେ କଂଟେନମେଟ ଜୋନରୁ ୨ ଜଣ ଏବଂ ଅନ୍ୟ ଅଂଚଳରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ସରକାର ଦେଇଥିବା ତଥ୍ୟ ଅନୁସାରେ ଗଂଜାମରୁ ସର୍ବାଧିକ ୨୧ ଜଣ ହେଉଛନ୍ତି ସୁରତ ଫେରନ୍ତା । ବାଲେଶ୍ୱରରୁ ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଆକ୍ରାନ୍ତଙ୍କର ମଧ୍ୟ ରହିଛି ସୁରତ ଲିଙ୍କ୍ । ଓ ଅନ୍ୟଜଣେ ଆକ୍ରାନ୍ତ ହେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା । ସେହିପରି ବୌଦ୍ଧ, କଟକ, ପୁରୀ ଓ ମୟୁରଭଂଜର ଜଣେ ଲେଖାଏ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ସ୍ପଷ୍ଟ କରିଛନ୍ତି ସରକାର । ଅନ୍ୟପଟେ ଯାଜପୁରୁ ଚିହ୍ନଟ ହୋଇଥିବା ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ହେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା । ସେପଟେ ରାଉଲକେଲାରୁ ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ କଂଟେନମେଂଟ ଜୋନର ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଏବେ ସୁଦ୍ଧା ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୬୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୭ ଜଣ, ଭଦ୍ରକ ଜିଲ୍ଲାରୁ ୩୧ ଜଣ, ଅନୁଗୁଳ ଜିଲ୍ଲାରୁ ୧୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ପୁରୀରୁ ୪, ବୌଦ୍ଧ ଜିଲ୍ଲାରୁ ୫ଜଣ ଓ କଟକରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ନୟାଗଡ଼, କୋରାପୁଟ, ଦେବଗଡ଼ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।