କନକ ବ୍ୟୁରୋ: ମାଡି ଆସୁଛି ସାମୁଦ୍ରିକ ଝଡ ୟାସ । ଏହାର ପ୍ରଭାବରେ ୨୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା, ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ହେଲେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବର୍ଷା ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା । ମୟୂରଭଞ୍ଜ, ଗଞ୍ଜାମ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।/kanak/media/post_attachments/wp-content/uploads/2021/05/4c5c0d81-2bae-4a58-85fa-a7c33dfc5622-300x212.jpg)
ସାମୁଦ୍ରିକ ଝଡ ୟାଶ ଓଡିଶା ଓ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି । କୁହାଯାଉଛି ଏହା ପାରାଦୀପରୁ ସାଗରଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଏହା ୨୬ ତାରଖରେ ଲ୍ୟାଣ୍ଡଫଲ କରିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଅଧିକ ରହିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/09/1381548290odisha-heavy-rains-5-3.jpg)