ଆସୁଛି ବାତ୍ୟା ୟାସ । ୨୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

171

କନକ ବ୍ୟୁରୋ: ମାଡି ଆସୁଛି ସାମୁଦ୍ରିକ ଝଡ ୟାସ । ଏହାର ପ୍ରଭାବରେ ୨୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା, ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ହେଲେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବର୍ଷା ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା । ମୟୂରଭଞ୍ଜ, ଗଞ୍ଜାମ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସାମୁଦ୍ରିକ ଝଡ ୟାଶ ଓଡିଶା ଓ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି । କୁହାଯାଉଛି ଏହା ପାରାଦୀପରୁ ସାଗରଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଏହା ୨୬ ତାରଖରେ ଲ୍ୟାଣ୍ଡଫଲ କରିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଅଧିକ ରହିବ ।