କନକ ବ୍ୟୁରୋ: ଆଗକୁ ବର୍ଷା ଆଶାଙ୍କା । ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୧ ତାରିଖରେ ୧୩ଟି ଜିଲ୍ଲା ଓ ୧୨ ତାରିଖରେ ୯ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ ।
୧୧ ତାରିଖରେ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ମୟୂରଭଂଜ ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି । ସେହିଭଳି ୧୨ରେ ଢେଙ୍କାନାଳ, କଟକ, ବୌଦ୍ଧ, ଅନୁଗୁଳ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେଣୁ ଆସନ୍ତା ୨ଦିନ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ । ଏହାପରେ ପୁଣି ତାପମାତ୍ରା ବଢିବ । ପ୍ରାୟ ୩ରୁ ୪ ଡିଗ୍ରୀ ପାରଦ ଉପରକୁ ଉଠିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/02/7-11.jpg)