ସମ୍ଭାବ୍ୟ ବାତ୍ୟା : ଅପରାହ୍ନ ୪ଟାରେ ଉଚ୍ଚସ୍ତରୀୟ ବୈଠକ; ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ହେବ ଆଲୋଚନା

162

କନକ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟାକୁ ନେଇ ଅପରାହ୍ଣରେ ବୈଠକ ବସିବ । ଅପରାହ୍ଣ ୪ଟାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

ସେପଟେ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି | ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି ।

ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି । ଏଥି ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।