କନକ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଆସନ୍ତାକାଲିଠାରୁ ପବନର ବେଗ ବଢ଼ିବ । କାଲି ଘଂଟା ପ୍ରତି ୫୫ରୁ ୬୫ କି.ମି. ବେଗରେ ପବନ ବହିପାରେ । ଯାହାର ଝଟକା ୭୫ କି.ମି ପର୍ଯ୍ୟନ୍ତ ହୋଇପାରେ । ୯ ତାରିଖରେ ଘଂଟା ପ୍ରତି ୬୫-୭୫ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ୮୦ରୁ ୯୦ କିଲୋମିଟର ବେଗରେ ପବନ ହୋଇପାରେ ।

Advertisment

ଏପରିକି ଏହାର ଝଟକା ୧୦୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ ବୋଲି ପ୍ରାଥମିକ ଆକଳନ କରାଯାଉଛି । ୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ମଧ୍ୟକୁ ଓ ୧୦ ତାରିଖରେ ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳକୁ ପ୍ରବେଶ ନେଇ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଏଥି ସହ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଯଥାଶୀଘ୍ର ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।