ସମ୍ଭାବ୍ୟ ବାତ୍ୟା ଅପଡେଟ୍: ୯ ତାରିଖରୁ ସମୁଦ୍ର ରହିବ ଅଶାନ୍ତ । ଆସନ୍ତାକାଲିଠାରୁ ପବନର ବେଗ ବଢ଼ିବା ପୂର୍ବାନୁମାନ ।

Advertisment
ଆସନ୍ତାକାଲି ବାତ୍ୟାର ରୂପ ନେବ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ଆଜି ।

କନକ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଆସନ୍ତାକାଲିଠାରୁ ପବନର ବେଗ ବଢ଼ିବ । କାଲି ଘଂଟା ପ୍ରତି ୫୫ରୁ ୬୫ କି.ମି. ବେଗରେ ପବନ ବହିପାରେ । ଯାହାର ଝଟକା ୭୫ କି.ମି ପର୍ଯ୍ୟନ୍ତ ହୋଇପାରେ । ୯ ତାରିଖରେ ଘଂଟା ପ୍ରତି ୬୫-୭୫ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ୮୦ରୁ ୯୦ କିଲୋମିଟର ବେଗରେ ପବନ ହୋଇପାରେ ।

ଏପରିକି ଏହାର ଝଟକା ୧୦୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ ବୋଲି ପ୍ରାଥମିକ ଆକଳନ କରାଯାଉଛି । ୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ମଧ୍ୟକୁ ଓ ୧୦ ତାରିଖରେ ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳକୁ ପ୍ରବେଶ ନେଇ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଏଥି ସହ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଯଥାଶୀଘ୍ର ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe