ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଦ୍ୟୁତ ବିଭ୍ରାଟ ପ୍ରସଙ୍ଗ : ଦୋଷ ଛଡେଇ ଦେଲା ଟାଟା ପାୱାର; କହିଲା ପ୍ୟାନେଲରେ ଥାଇପାରେ ସମସ୍ୟା

356

କନକ ବ୍ୟୁରୋ : ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଦ୍ୟୁତ ବିଭ୍ରାଟ ପ୍ରସଙ୍ଗ । ସମାବର୍ତନ ଉତ୍ସବ ପାଇଁ ବିଦ୍ୟୁତ ଯୋଗାଇ ଦେଇଥିବା ଟାଟା ପାୱାର ତାର କିଛି ଭୁଲ୍ ନଥିବା କହିଛି । ସଭାସ୍ଥଳର ପ୍ୟାନେଲ ପର୍ଯ୍ୟନ୍ତ ବିଜୁଳି ଯୋଗାଇ ଦେବା ତାର ଦାୟିତ୍ୱ ଥିଲା, ବାକି କାମ ବିଶ୍ୱବିଦ୍ୟାଳୟର କହି ହାତ ଝାଡି ଦେଇଛନ୍ତିି ଟାଟା ପାୱାର କର୍ତୃପକ୍ଷ ।

ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଥିବା ମହାମହିମ ରାଷ୍ଟ୍ରପତି ଅନ୍ଧାରରେ ଅଭିଭାଷଣ ରଖିବା ପରେ ସାରାରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ହୋଇଥିବା ବିଜୁଳି ବିଭ୍ରାଟ ପାଇଁ କିଏ ଦାୟୀ, ତାକୁ ନେଇ ପ୍ରଶ୍ନ ଉଠିଛି ? ବିଜୁଳି ବିଭ୍ରାଟକୁ ନେଇ ଚାରିଆଡୁ ସମାଲୋଚନା ପରେ ଏହାକୁ ଗୁରୁତ୍ୱର ସହ ନେଇ ପ୍ରଶାସନ । ଆଉ ଆରମ୍ଭ ହୋଇଛି କାରଣ ଖୋଜା ।