କନକ ବ୍ୟୁରୋ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ତାଲିକାକୁ ନେଇ ଥମୁନି କଳି । ଏହାରି ଭିତରେ ଆଜି ହେଉଛି ଅଭିଯୋଗ ଦାଖଲ ଶେଷ ଦିନ । ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି, ଆବାସ ଯୋଜନା ଘର ଆବଣ୍ଟନରେ ସ୍ୱଚ୍ଛତା ରଖିବା ପାଇଁ ସବୁ ପ୍ରକାର ପ୍ରୟାସ କରାଯାଇଛି । ସମସ୍ତ ଅଭିଯୋଗର ତନ୍ନ ତନ୍ନ କରି ଯାଞ୍ଚ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି । ସେପଟେ ଆବାସ ଯୋଜନା ହିତାଧିକାରୀ ତାଲିକାରେ ଅଯୋଗ୍ୟଙ୍କ ନାଁ କଟାନଗଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ବିଜେପି ।
ଆସନ୍ତାକାଲି ବିଜେପି ପକ୍ଷରୁ ରାଜ୍ୟବ୍ୟାପୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବ । ୭ ଦିନ ଭିତରେ ସମସ୍ୟାର ସମାଧାନ ନହେଲେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆନ୍ଦୋଳନ କରିବ ବୋଲି ବିଜେପି ଚେତାବନୀ ଦେଇଛି । ଏହା ପରେ ବି ଯଦି ରାଜ୍ୟ ସରକାର କୌଣସି ପଦକ୍ଷେପ ନନିଅନ୍ତି ତେବେ ବିଜେପି କେନ୍ଦ୍ର ସରକାରଙ୍କୁ ଅବଗତ କରିବା ସହ କୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଦଳ ପକ୍ଷରୁ କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/01/1-50.jpg)