ଆଜି ପ୍ରଥାମାଷ୍ଟମୀ, ପଢୁଆଁ ହେବେ ମହାପ୍ରଭୁ । ପିନ୍ଧିବେ ନୂଆ ବସ୍ତ୍ର, ଲାଗି ହେବ ସ୍ୱତନ୍ତ୍ର ଭୋଗ

ନିଆଳିର ମାଧବାନନ୍ଦଜୀୟ ମନ୍ଦିରରୁ ଭଣଜା ପାଇଁ ଆସିଛି ନବବସ୍ତ୍ର ଓ ଅଷ୍ଟମୀ ଭାର

247

 କନକ ବ୍ୟୁରୋ: ଆଜି ପ୍ରଥମାଷ୍ଟମୀ । ଆଜି ପଢୁଆଁ ହେବେ ଶ୍ରୀଜୀଉ । ଶ୍ରୀଜୀଉଙ୍କ ମାମୁଘର ନିଆଳି ମାଧବ ମନ୍ଦିରରୁ ଭଣଜା ପାଇଁ ଆସିଥିବା ନୂଆ ବସ୍ତ୍ର ପିନ୍ଧିବେ ମହାପ୍ରଭୁ । ପରମ୍ପରା ଅନୁସାରେ ଶ୍ରୀଜୀଉମାନଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର , ଅରୁଆ ଚାଉଳ , ବିରି , ନଡିଆ , ଗୁଡ , ପାଚିଲା କଦଳୀ ଆସିଛି ମାମୁଁଘରୁ । କଟକ ଜିଲ୍ଲା ନିଆଳି ବ୍ଲକ ମାଧବସ୍ଥିତ ମାଧବାନନ୍ଦଙ୍କ ମନ୍ଦିର ହେଉଛି ଶ୍ରୀ ଜଗନ୍ନାଥଙ୍କ ମାମୁଁଘର । କେଉଁ ଆବାହାମାନକାଳରୁ ମାଧବ ମନ୍ଦିର ପକ୍ଷରୁ ଜଗନ୍ନାଥଙ୍କୁ ପ୍ରଥମାଷ୍ଟମୀରେ ପୋଢୁଆଁ କରାଯାଉଛି ।

ସଂକୀର୍ତନ ମଣ୍ଡଳୀର ସଂକୀର୍ତନ, ଢ଼ୋଲମହୁରୀ ବାଜାର ତାଳେ ତାଳେ ପ୍ରଥମାଷ୍ଟମୀ ଭାର ନିଆଳି ମାଧବ ମନ୍ଦିରରୁ ବାହାରି ଶ୍ରୀକ୍ଷେତ୍ର ଯାଇଥିଲା । ଗତ କିଛି ବର୍ଷ ହେବ ବନ୍ଦ ରହିଥିଲା ଏହି ପ୍ରଥା । ପରମ୍ପରାକୁ ପୁନଃ ପ୍ରଚଳନ କରିବା ପାଇଁ ପୁଣି ଉଦ୍ୟମ ଆରମ୍ଭ ହୋଇଥିଲା । ପୁରାତନ ପ୍ରଥାକୁ ବଚାଂଇ ରଖିବାକୁ ଚଳିତ ବର୍ଷ ନିଆଳିର ମାଧବାନନ୍ଦଜୀଉ ମନ୍ଦିରର ଛତିଶା ସେବକ ନିଯୋଗ ସହ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ ଶ୍ରୀ ଜଗନ୍ନାଥ ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଭାର ଓ ନୁଆ ବସ୍ର ନେଇ ପୁରୀ ଯାଇଛନ୍ତି । ତୃତୀୟ ଅନଙ୍ଗଭୀମ ଦେବଙ୍କ ଦ୍ୱାରା ୧୨ ଶହ ୨୬ ଖ୍ରୀଷ୍ଟାଦ୍ଦରୁ ମାଧବ ମନ୍ଦିରରୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ ପ୍ରଥମାଷ୍ଟମୀ ଭାର ଯିବାର ପରମ୍ପରା ରହିଛି । ଆଉ ସେବେଠାରୁ ଚାଲିଆସୁଛି ଏହି ପରମ୍ପରା ।