କନକ ବ୍ୟୁରୋ: ଦିନକ ପରେ ପାଳିତ ହେବ ୭୭ତମ ସ୍ୱାଧୀନତା ଦିବସ । ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ମଧ୍ୟ ସ୍ୱାଧୀନତା ଦିବସ ପାଳିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାରରେ ପ୍ରସ୍ତୁତି କରାଯାଇଛି । ହାତରେ ଆଉ ଗୋଟିଏ ଦିନ ସମୟ ଥିବାରୁ ଆଜି ଫୁଲଡ୍ରେସ୍ ରିହରସାଲ କରାଯାଇଛି ।
ଆଜି ପରେଡ୍ ରିହରସାଲରେ ସାମିଲ ହୋଇଥିଲେ ପୁଲିସ ଡିଜି ସୁନୀଲ ବଂଶଲ । ପୁଲିସ ଡିଜି କହିଛନ୍ତି ସ୍ୱାଧୀନତା ଦିବସ ପାଇଁ ସାରା ରାଜ୍ୟରେ ବ୍ୟାପକ ବ୍ୟବସ୍ଥା ହୋଇଛି। ମାଓ ଅଧ୍ୟୁଷିତ ଅଞ୍ଚଳକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଏସବୁ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବ୍ୟାପକ କରାଯାଇଥିବା ପୁଲିସ ଡିଜି ସୂଚନା ଦେଇଛନ୍ତି। ସେହିପରି ପୁଲିସ କମିଶନର କହିଛନ୍ତି, ରାଜ୍ୟସ୍ତରୀୟ ପରେଡ ପାଇଁ କଡ଼ା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ ଗ୍ରହଣ କରିବାକୁଥିବାରୁ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି କହିଛନ୍ତି ପୁଲିସ କମିଶନର।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/08/Full-dress-rehearsal.jpg)