ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ପ୍ରଥମେ ଶ୍ରୀଜଗନ୍ନାଙ୍କ ପାଖକୁ ଗଲା ନିମନ୍ତ୍ରଣ ପତ୍ର ।

93

କନକ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଗତକାଲି ପ୍ରଥମେ ଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜଙ୍କୁ ନିମନ୍ତ୍ରଣ କରାଯିବ । ଜଗତଗୁରୁ ଶଙ୍କରାଚାର୍ଯ୍ୟ ଉଜ୍ଜୟୀନିରେ ଥିବାରୁ ସେଠାରେ ତାଙ୍କୁ ନିମନ୍ତ୍ରଣ କରିବାକୁ ଏକ ଟିମ୍ ଆଜି ମଧ୍ୟପ୍ରଦେଶ ଯାତ୍ରା ଆରମ୍ଭ କରିବେ । ସେଠାରେ ଜଗତଗୁରୁଙ୍କ ସହ ବିସ୍ତୁତ ଭାବରେ ପରିକ୍ରମା ପ୍ରକଳ୍ପର ଯଜ୍ଞ ଓ ହୋମ ଆଦି ବିଧିବିଧାନ ସମ୍ପର୍କର ଆଲୋଚନା କରାଯିବ । ନିମନ୍ତ୍ରଣ ପତ୍ର ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ପରିଚାଳନା କମିଟିର ୩ଜଣ ସଦସ୍ୟ ବାହାରିଛନ୍ତି । ଭୁବନେଶ୍ୱରରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ସହ ଉଜ୍ଜୟିନୀ ଯାଇ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ ପତ୍ର ଦେବେ ।