ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା । ସମ୍ଭାବ୍ୟ ବର୍ଷାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ୫ ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ

2,468

କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନିଭୂତ ହୋଇ ଗଭୀର ଅବପାତର ରୂପ ନେବା ପରେ ପଶ୍ଚିମ ଓ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଆହୁରି ଘନିଭୂତ ହୋଇ ୨୪ ଘଣ୍ଟାରେ ନେଇପାରେ ବାତ୍ୟାର ରୂପ ନେବ । ୪ ତାରିଖରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ତତସଂଲଗ୍ନ ଉତର ତାମିଲନାଡୁ ଉପକୂଳ ମୁହାଁ ହେବ ବୋଲି ପୂର୍ବନୁମାନ କରିଛି ପାଣିପାଗ ବିଭାଗ । ଏହା ପରେ ଦକ୍ଷିଣ ଆନ୍ଧ୍ର ଉପକୂଳର ସମାନ୍ତରାଳ ଭାବେ ଉତର ଦିଗରେ ଗତି କରିବା ଆଶଙ୍କା ରହିଛି । ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂଳର ନେଲୋର ଓ ମଛିଲିପଟନମ୍ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ବେବେ ଘଂଟା ପ୍ରତି ୧୦୦ କିଲୋମିଟର ବେଗର ଝଟକା ଦେଇପାରେ ପବନ

ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳବର୍ତି ଅଳ ପାଇଁ ବାତ୍ୟା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବାତ୍ୟାର ସିଧାପ୍ରଭାବ ଓଡ଼ିଶା ଉପରେ ପଡିବା ଆଶଙ୍କା କମ୍ ରହିଥିଲେ ବି ପ୍ରଭାବରେ ଓଡ଼ିଶାର ଉପକୂଳ ସମେତ ୧୫ରୁ ଅଧିକ ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ସତର୍କ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ୪ ତାରିଖରେ ରାଜ୍ୟର ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ସେହିପରି ୫ ତାରିଖ ପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୬ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

ସାମ୍ଭବ୍ୟ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାରୁ ମାର୍ଗଦର୍ଶିକା ଜାରି କରିଛି କୃଷି ବିଭାଗ । ପ୍ରବଳ ବର୍ଷା ଆଶଙ୍କା ଥିବା ୫ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ । ଡିସେମ୍ବର ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି ।
କଟା ହୋଇଥିବା ଧାନକୁ ତୁରନ୍ତ ଅମଳ କରି ସୁରକ୍ଷିତ ସ୍ଥାନରେ ରଖିବାକୁ ପରାମର୍ଶ ଦିଆଯାଇଛି । ଧାନ ଅମଳ ସମ୍ଭବ ନହେଲେ ପଲିଥିନ୍ ଘୋଡାଇ ସୁରକ୍ଷିତ ରଖିବାକୁ କୁହାଯାଇଛି ।