ଦାମଙ୍କ ବିୟୋଗରେ ଶୋକବ୍ୟକ୍ତ କଲେ ରାଷ୍ଟ୍ରପତି ଓ କେନ୍ଦ୍ରମନ୍ତ୍ରୀ । ଓଡ଼ିଶାର ପ୍ରଗତିରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି କହିଲେ ମହାମହିମ ।

119

କନକ ବ୍ୟୁରୋ : ଦାମୋଦର ରାଉତଙ୍କ ବିୟୋଗ ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି । ଦାମୋଦର ରାଉତ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ପଦ ସମ୍ଭାଳିଥିବା ବେଳେ ଓଡ଼ିଶାର ପ୍ରଗତିରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ଲେଖିଛନ୍ତି ଦ୍ରୌପଦୀ ମୁର୍ମୁ । ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମହାମହିମ ।

ଅନ୍ୟପଟେ ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦାମଙ୍କ ଦେହାନ୍ତ ଖବର ଶୁଣି ଦୁଖିଃତ ଓ ମର୍ମାହତ ଥିବା ନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି ଧର୍ମେନ୍ଦ୍ର । ଦୀର୍ଘ ବର୍ଷ ରାଜନୀତିରେ ସକ୍ରିୟ ରହି ସେ ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।