କନକ ବ୍ୟୁରୋ : ଆଜି ଉତ୍କଳ ଦିବସ । ୧୯୩୬ ମସିହା ଏପ୍ରିଲ ପହିଲାରେ ଓଡିଶା ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇଥିଲା । ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଆଜି ୮୪ ବର୍ଷରେ ପାଦ ଥାପିଛି । ମାତ୍ର ଓଡ଼ିଶା ମାଟି ମା’ର ଏହି ଜନ୍ମ ଦିବସ କରୋନା ମହାମାରୀ ପାଇଁ ଫିକା ପଡିଛି । ତେବେ ଆଉ ଆଜିର ଦିନରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ । ଆସନ୍ତୁ ଦୃଢତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା ।
#ଆସ_ମିଳିମିଶି_ଲଢିବା...
ଉତ୍କଳ ଦିବସରେ କରୋନା ମୁକାବିଲା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ । କହିଲେ ଓଡିଆମାନେ ଦୁନିଆକୁ ନିଜର ବୀରତ୍ୱ ଆଉ ଏକତା ଦେଖାଇବାର ସମୟ ଆସିଛି...#utkaldivas#OdishaFightsCoronaVirus#OdishaUnderLockDown#Odisha@CMO_Odisha@Naveen_Odishapic.twitter.com/qaqbSVtCjO— Kanak News (@kanak_news) April 1, 2020
ଅନ୍ୟପଟେ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ୍ ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ ଦେଇଛନ୍ତି।