ସିଡିଏସ ବିପିନ ରାୱତଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ , ଏମିତି ବକ୍ତବ୍ୟ ରଖି ଜଣାଇଲେ ସମବେଦନା

180

କନକ ବ୍ୟୁରୋ : ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ ବିପିନ ରାୱତଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଖବର ପ୍ରସାରିତ ହେବା ପରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାୱତଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜ୍ଞାପନ କରିଛନ୍ତି ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାୱତଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରି କହିଛନ୍ତି କି ଦେଶ ଜଣେ ବୀର ସନ୍ତାନଙ୍କୁ ହରାଇଲା । ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରି ଏକ ଟ୍ୱିଟ କରିଛନ୍ତି । ସେ ତାଙ୍କ ଟ୍ୱିଟରରେ ଲେଖିଛନ୍ତି କି, “ତାମିଲନାଡୁରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାକୁ ନେଇ ମୁଁ ଗଭୀରଭାବେ ମର୍ମାହତ, ଏହାସହ ସିଡିଏସ ବିପିନ ରାୱତଙ୍କ ମୃତ୍ୟୁ ମୋତେ ବ୍ୟଥିତ କରିଛି । ଏହାସହ ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଅନ୍ୟ ସେନା ସଦସ୍ୟଙ୍କ ପରିବାରକୁ ସମବେଦନା ଜ୍ଞାପନ କରୁଛି”

ସେହିଭଳି ଗୃହମନ୍ତ୍ରୀ ଅମିତ ଶାହା ବି ଟ୍ୱିଟ ଯୋଗେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସିଡିଏସ ବିପିନ ରାୱତଙ୍କ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ସେ କହିଛନ୍ତି କି ରାୱତ ଜଣେ ବୀର ଯବାନ ଥିଲେ । ସେ ଦେଶ ମାତୃକା ପାଇଁ ଅନେକ କିଛି କରିଛନ୍ତି । ଦେଶ ସୁରକ୍ଷା ପାଇଁ ତାଙ୍କର ଭାଗିଦାରୀ ଓ କର୍ତ୍ତବ୍ୟନିଷ୍ଠା ଭାଷାରେ ବର୍ଣ୍ଣନା କରାଯାଇ ପାରିବ ନାହିଁ ।