ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି

278

କନକ ବ୍ୟୁରୋ : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଆସି ପହଂଚିବେ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ ହେବ । ଓଡିଶା ଗସ୍ତ ବେଳେ ସେ ରାଜଭବନରେ ଅବସ୍ଥାନ କରିବେ । ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।
୧୧ ତାରିଖରେ ଦିଲ୍ଲୀ ଫେରିଯିବେ । ଗସ୍ତ ସମ୍ପର୍କରେ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ସୂଚନା ଦିଆଯାଇଛି । ୨୫ ଜୁଲାଇ ୨୦୨୨ରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଏଥିସହ ତାଙ୍କ କାର୍ଯ୍ୟକାଳ ୧୦୦ ଦିନ ପୂରଣ ହୋଇଛି ।