କନକ ବ୍ୟୁରୋ: ଲଣ୍ଡନ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଲିଜାବେଥଙ୍କ ଅନ୍ତିମ ସଂସ୍କାରରେ ହେବେ ସାମିଲ । ୧୭ରୁ ୧୯ ତାରିଖ ଯାଏଁ ଲଣ୍ଡନରେ ଅବସ୍ଥାନ କରିବେ । ଭାରତର ପ୍ରତିନିଧି ଭାବେ ଯୋଗ ଦେବେ ରାଷ୍ଟ୍ରପତି ।

Advertisment

ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ କ୍ରିୟା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆସନ୍ତା ସେପ୍ଟେମ୍ବର ୧୯ ତାରିଖରେ ହେବ ମହାରାଣୀଙ୍କ ଅନ୍ତିମକ୍ରିୟା । ଏହିଦିନ ୧୦ ଲକ୍ଷରୁ ଅଧିକ ଲୋକ ଲଣ୍ଡନରେ ଜମା ହେବାର ଆକଳନ କରାଯାଉଛି । ଆଜି ସନ୍ଧ୍ୟା ୫ଟାରୁ ରାଣୀଙ୍କ ପାର୍ଥିବ ଶରୀରକୁ ଲଣ୍ଡନର ‘ୱେଷ୍ଟମିନଷ୍ଟରରେ ଆବେ’ରେ ରଖାଯିବ । ୧୯ ତାରିଖ ଅର୍ଥାତ୍ ଆସନ୍ତା ସୋମବାର ସକାଳ ସାଢେ ୬ଟା ପର୍ୟ୍ୟନ୍ତ ମହାରାଣୀଙ୍କ ପାର୍ଥିବ ଶରୀର ସେଠାରେ ରହିବ । କୁହାଯାଉଛି ଏହିଦିନ ରାଣୀଙ୍କ ଅନ୍ତିମ ଦର୍ଶନ ପାଇଁ ଲୋକଙ୍କୁ ୫ କିଲୋମିଟର ଲମ୍ବା ଲାଇନରେ ଛିଡାହେବାକୁ ପଡିପାରେ । ଆଉ ସବୁ ପ୍ରକ୍ରିୟା ରାଜ ପରିବାରର ପ୍ରୋଟକଲ ଅନୁଯାୟୀ କରାଯିବ ।