କନକ ବ୍ୟୁରୋ : ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ବାଦାମପାହାଡ ଷ୍ଟେସନରୁ ୩ଟି ନୂଆ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ମହାମହିମ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ । ରାଷ୍ଟ୍ରପତି ବାଦାମପାହାଡ ଷ୍ଟେସନରୁ ଟ୍ରେନରେ ବସି ରାଇରଙ୍ଗପୁର ଯିବା କାର୍ଯ୍ୟକ୍ରମ ରହିଛି ।
ଆଜି ସକାଳେ ରାଷ୍ଟ୍ରପତି ପାହାଡପୁରରେ ପହଞ୍ଚି ମୁର୍ମୁ ଛକରେ ସ୍ୱର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତି ଉନ୍ମୋଚନ କରିଥିଲେ । ସ୍ୱାମୀଙ୍କ ପ୍ରତିମୂର୍ତିରେ ମାଲ୍ୟର୍ପଣ କରି ଭାବବିହ୍ୱଳ ହୋଇଛନ୍ତି ରାଷ୍ଟ୍ରପତି । ଏହାପରେ ଏଲ୍ଆଣ୍ଡଟି ଦ୍ୱାରା ପରିଚାଳିତ ହେବାକୁ ଥିବା ଦକ୍ଷତା ବିକାଶ କେନ୍ଦ୍ରକୁ ଉଦଘାଟନ କରିଛନ୍ତି । ସେଠାରୁ ପାହାଡପୁରରେ ନିଜେ ଗଢିଥିବା ଏସଏଲଏସ୍ ଆବାସିକ ବିଦ୍ୟାଳୟକୁ ମହାମହିମ, ସେଠାରେ ଛାତ୍ରଛାତ୍ରୀଙ୍କ ସହିତ ଭାବ ବିନିମୟ କରିଥିଲେ ।
ନୂଆ ଟ୍ରେନର ହେଲା ଶୁଭାରମ୍ଭ । ବାଦାମପାହାଡ ଷ୍ଟେସନରୁ ୩ଟି ନୂଆ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ମହାମହିମ
/kanak/media/post_attachments/wp-content/uploads/2023/11/3-30.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)