କନକ ବ୍ୟୁରୋ : କିଛି ସମୟ ପରେ ମୟୂରଭଂଜ ଖିଚିଂରେ ପହଂଚିବେ ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭବ୍ୟ ଅୟୋଜନ କରାଯାଇଛି । ଖିଚିଂର ମା’ କିଚକେଶ୍ୱରୀଙ୍କ ମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରସାଦ ସେବନ ପାଇଁ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରସାଦରେ ରହିଛି ଖେଚୁଡ଼ି, କାନିକା, ଅରୁଆ ଭାତ, ବେଶର, ଲେଉଟିଆ ସାଗ, ଖଟା, ପାଏସ, କ୍ଷୀରା ଓ ବଡ଼ି ଚୁୁରା । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ମଧ୍ୟ ପ୍ରସାଦ ସେବନ କରିବେ । ନୂଆଦିଲ୍ଲୀରୁ ରାଂଚି ବିମାନ ବନ୍ଦରରେ ପହଁଚିବା ପରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଆସି ଖିଚିଂର ପାଣ୍ଡରଶିଳ ଗାଁରେ ପହଁଚିବେ ରାଷ୍ଟପ୍ରତି । ଏହା ପରେ ରାଷ୍ଟ୍ରପତି ମା’ କିଚକେଶ୍ୱରୀଙ୍କୁ ଦର୍ଶନ କରିବାକୁ ଯିବେ । ପରେ ରାଇରଙ୍ଗପୁର ଦାଣ୍ଡପୋଷ ଯାଇ କେନ୍ଦ୍ରୀୟ ବିଦ୍ୟାଳୟ ପାଶ୍ୱର୍ରେ ନିର୍ମାଣ ହେବାକୁ ଥିବା ହଲିଡେ ହୋମର ଭିତିପ୍ରସ୍ଥର ସ୍ଥାପନ ସହିତ ଭିସି ଜରିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ । ସଂଧ୍ୟାରେ ରାଇରଙ୍ଗପୁର ମହୁଲଡିହା ସ୍ଥିତ ନିଜ ବାସଭବନକୁ ଯିବା ସହିତ ନିଜ ପରିବାର ଓ ସମ୍ପର୍କୀୟଙ୍କ ସହ ରାତ୍ରୀଭୋଜନ କରିବା ସହ ରାତି କାଟିବେ ରାଷ୍ଟ୍ରପତି ।