କନକ ବ୍ୟୁରୋ: ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶା ତାର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ । ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ଓଡ଼ିଶା ଜନ ସାଧାରଣଙ୍କର ରହିଛି ଏବଂ ରାଜ୍ୟ ତଥା ଦେଶର ବିକାଶରେ ଓଡ଼ିଶାବାସୀଙ୍କର ବଡ଼ ଅବଦାନ ଥିବା ନିଜ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ । ରାଜ୍ୟ ଓ ରାଜ୍ୟବାସୀଙ୍କ ସଫଳତା ଏବଂ ସମୃଦ୍ଧି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି ।