କନକ ବ୍ୟୁରୋ: ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିବା ପରେ ସେଠାରୁ ସୁରକ୍ଷା ଭିତରେ ଯାଇ ବଡଦାଣ୍ଡରେ ପହଞ୍ଚିବେ । ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।