କନକ ବ୍ୟୁରୋ: କାଲି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭମଣ କରୁଥିବାର ଦେଖିବାକୁ ମିଳିଥିଲା । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । ଏବଂ ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି ପର୍ଯ୍ୟଟକଙ୍କୁ ସମୁଦ୍ର କୂଳକୁ ଯିବାକୁ ଅନୁମତି ନଥିଲା । ତେବେ ମହାମହିମଙ୍କୁ ଦେଖିବାକୁ ଦୂରରେ ଅପେକ୍ଷା କରିଥିଲେ ଅନେକ ଲୋକ ।