ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରପତି: ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ମହାମହିମ

108

କନକ ବ୍ୟୁରୋ: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ । କଡା ସୁରକ୍ଷାରେ ରମାଦେବୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଅଛନ୍ତି ।

ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦ୍ରୌପଦୀ ମୁର୍ମୁ ରମାଦେବୀ ବିଶ୍ୱବିଦ୍ୟାଳୟର ଛାତ୍ରୀ ଥିଲେ । ତେଣୁ ତାଙ୍କ ଆଗମନକୁ ନେଇ ବିଶ୍ୱବିଦ୍ୟାଳୟ ଅଧ୍ୟାପକ, ଛାତ୍ରଛାତ୍ରୀ ବେଶ ଉତ୍ସାହିତ ଅଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେହିପରି ଆସନ୍ତାକାଲି ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିରକୁ ଠାକୁର ଦର୍ଶନ କରିବା ପାଇଁ ଯିବା କାର୍ଯ୍ୟସୂଚୀ ମଧ୍ୟ ରହିଛି । ଏହି ଗସ୍ତ ସମୟରେ ରାଷ୍ଟ୍ରପତିଙ୍କର ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟ ରହିଛି