ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ: କଡା ସୁରକ୍ଷା ବଳୟରେ ହେଲା ଦର୍ଶନ ବ୍ୟବସ୍ଥା

140

କନକ ବ୍ୟୁରୋ: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । କଡା ସୁରକ୍ଷାବଳୟରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦରେଶନ କରିଛନ୍ତି । ଶ୍ରୀଜିଉଙ୍କୁ ଦର୍ଶନ ପରେ ମନ୍ଦିର ବାହାରକୁ ଆସିଛନ୍ତି ରାଷ୍ଟ୍ରପତି । ଆଜି ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅପରାହ୍ଣ ୨ଟା ୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ସେଠାରୁ ସିଧାସଳଖ ପୁରୀ ଅଭିମୁଖେ ବାହାରି ଯାଇଥିଲେ ।

୩ଟା ୫ରେ ପୁରୀ ହେଲିପ୍ୟାଡ୍ରେ ପହଁଚିବା ପରେ ହେଲିପ୍ୟାଡରୁ ବାହାରି ରାଜଭବନକୁ ଯାଇଥିଲେ । ସଂଧ୍ୟା ୫ଟାରୁ ୫ଟା ୪୫ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୪୦ପ୍ଲାଟୁନ ଫୋର୍ସ ଓ ୨ଶହ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି ।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ହେଲିପ୍ୟାଡଠାରୁ ଆରମ୍ଭ କରି ବଡଦାଣ୍ଡ ଓ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡିଂ କରାଯାଇଛି । ବ୍ଲୁ-ବୁକ୍ ସୁରକ୍ଷା ବ୍ୟବସ୍ଥା ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଦୁଇଦିନିଆ ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜଭବନରେ ରାତ୍ରୀଯାପନ କରିବେ । ସେପଟେ ରାଷ୍ଟ୍ରପତିଙ୍କ ସହ ଆସିଥିବା ୪୦ ଜଣ ଅତିଥି ଘରୋଇ ହୋଟେଲରେ ରହିଛନ୍ତି । ଅଫିସିଆଲ୍ କର୍ମକର୍ତା ସର୍କିଟ ହାଉସ୍ ଓ ପାନ୍ଥନିବାସରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି । ୨୦ ତାରିଖରେ ଗୌଡୀୟ ମଠ ପରିଦର୍ଶନ କରି ଆଳତୀ କର୍ଯ୍ୟକ୍ରମରେ ଯୋଗଦେବେ । ପୂର୍ବାହ୍ନ ୧୧ଟାରେ ଶରଧାବାଲିରେ ଆୟୋଜିତ ତ୍ରିବର୍ଷିୟ ଶ୍ରୀଚୈତନ୍ୟ ଗୌଡିୟ ମଠର ପ୍ରତିଷ୍ଠାତା ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀ କାଯ୍ୟକ୍ରମକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।