କନକ ବ୍ୟୁରୋ : ଶ୍ରୀମନ୍ଦିରରେ ରାଷ୍ଟ୍ରପତି । ବଡ଼ଠାକୁରଙ୍କର ଦର୍ଶନ କରୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କଡା ସୁରକ୍ଷା ବଳୟ ଭିତରେ ଶ୍ରୀମନ୍ଦିର ଆଗରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଅଭିମୁଖେ ବାହାରିଥିଲେ ରାଷ୍ଟ୍ରପତି । ତେବେ ସିଂହଦ୍ୱାର ସାମ୍ନାରେ ଅଟକି ଅରୁଣ ସ୍ତମ୍ଭକୁ ପ୍ରଣାମ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।
ପୁରୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅପରାହ୍ଣ ୨ଟା ୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ପୁରୀ ଅଭିମୁଖେ ବାହାରି ଯାଇଥିଲେ । ୩ଟା ୦୫ରେ ପୁରୀ ହେଲିପ୍ୟାଡରେ ପହଞ୍ଚିବା ପରେ ହେଲିପ୍ୟାଡରୁ ବାହାରି ରାଜଭବନକୁ ଯାଇଥିଲେ । ସଂଧ୍ୟା ୫ଟାରୁ ୫ଟା ୪୫ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୪୦ପ୍ଲାଟୁନ ଫୋର୍ସ ଓ ୨ଶହ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି ।
ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ହେଲିପ୍ୟାଡଠାରୁ ଆରମ୍ଭ କରି ବଡଦାଣ୍ଡ ଓ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡିଂ କରାଯାଇଛି । ବ୍ଲୁ-ବୁକ୍ ସୁରକ୍ଷା ବ୍ୟବସ୍ଥା ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଦୁଇଦିନିଆ ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜଭବନରେ ରାତ୍ରୀଯାପନ କରିବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/02/49-3.jpg)