ଲଗାତାର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ : ଫୋନ୍ ଯୋଗେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ୍ କୋବିନ୍ଦ

355

କନକ ବ୍ୟୁରୋ : ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି । ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ । ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶପଥ ଗ୍ରହଣ ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ନବୀନଙ୍କ ପଂଚମ ଇନିଂସ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଶପଥ ପାଠ ପରେ ଫୋନ୍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ରାମନାଥ୍ କୋବିନ୍ଦ । ରାଜ୍ୟର ବିକାଶ ପାଇଁ ନବୀନଙ୍କ ଟିମକୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ।

ramnath kovind

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶପଥର ଗ୍ରହଣ ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ଓ ତାଙ୍କ ନୂଆ ଟିମକୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାରେ ବିକାଶ ପାଇଁ କେନ୍ଦ୍ରର ସହଯୋଗ ରହିବ ବୋଲି ଆଶ୍ୱାସନା ଦେଇଛନ୍ତି ।

 

ସେପଟେ ଟ୍ୱିଟ୍ କରି ପଞ୍ଚମ ପାଳି ସମ୍ଭାଳିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରକୁ ରାଜ୍ୟ ସରକାର ସମର୍ଥନ କରିବ ବୋଲ ଆଶା ବ୍ୟକ୍ତି କରିବା ସହ ଓଡ଼ିଶାବାସୀଙ୍କ ସ୍ୱପ୍ନ ଓ ବିକାଶ ପାଇଁ କେନ୍ଦ୍ରକୁ ସମର୍ଥନ କରିବା ନେଇ ମଧ୍ୟ ଆଶ ବ୍ୟକ୍ତି କରିଛନ୍ତି ।