ମହାପ୍ରଭୁଙ୍କୁ ପୂର୍ବରୁ ଲାଗି ହେଉଥିଲା ୧୨ ହାଣ୍ଡି ଅଧରପଣା । ଏବେ ଭଙ୍ଗା ଯାଉଛି ୯ ହାଣ୍ଡି ଅଧରପଣା । ଜାଣନ୍ତୁ, ପୂର୍ବରୁ କେଉଁଠି ଭଙ୍ଗା ଯାଉଥିଲା ଆଉ ୩ଟି ହାଣ୍ଡି?

ମହାପ୍ରଭୁଙ୍କୁ ପୂର୍ବରୁ ଲାଗି ହେଉଥିଲା ୧୨ ହାଣ୍ଡି ଅଧରପଣା । ଏବେ ଭଙ୍ଗା ଯାଉଛି ୯ ହାଣ୍ଡି ଅଧରପଣା । ଜାଣନ୍ତୁ, ପୂର୍ବରୁ କେଉଁଠି ଭଙ୍ଗା ଯାଉଥିଲା ଆଉ ୩ଟି ହାଣ୍ଡି?

କନକ ବ୍ୟୁରୋ: ଆଜି ରଥରେ ହେବ ମହାପ୍ରଭୁଙ୍କ ଅଧରପଣା ନୀତି । ୩ ଠାକୁରଙ୍କୁ ୯ଟି ମାଟିହାଣ୍ଡିରେ ଅଧରପଣା ଲାଗି ହେବ । ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କୁ ତୁପ୍ତ କରିବା ପାଇଁ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସମ୍ପନ୍ନ ହେବ । ଚତୁର୍ଦ୍ଧାମୂର୍ତିଙ୍କ ଠାରେ ଏହି ପଣା ଲାଗି ହେବା ପରେ ରଥ ଉପରେ ହାଣ୍ଡିକୁ ଭଙ୍ଗାଯିବ । ଏଥିପାଇଁ ସ୍ୱତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଛି ।

ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ, ସ୍ୱତ୍ତ୍ୱଲିପି ଅନୁଯାୟୀ ବାହୁଡା ଦଶମୀ ଦିନ ରଥ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଅଧର ପଣା ଭୋଗ ହେବା କଥା । କିନ୍ତୁ ସମୟ ଅଭାବରୁ ଏହା ଏକାଦଶୀ ଦିନ ଅନୁଷ୍ଠିତ ହୋଇଥାଏ। ପ୍ରକୃତ ପକ୍ଷେ ଏହା ଏକାଦଶୀ ଦିନ ମଧ୍ୟ ହୋଇ ନ ପାରି ଦ୍ୱାଦଶୀ ତିଥିରେ ଏହି ଅଧର ପଣା ଭୋଗ କରାଯାଉଛି।

ଗବେଷକ ଡଃ ସୁରେନ୍ଦ୍ର କୁମାର ମିଶ୍ର ଓଡ଼ିଆ ମଠରୁ ପ୍ରାପ୍ତ ସନନ୍ଦକୁ ଆଧାର କରି ଉଲ୍ଲେଖ କରିଛନ୍ତି ଯେ, ପୂର୍ବେ ବାହୁଡା ଦଶମୀ ଦିନ ତିନି ହାଣ୍ଡି, ଏକାଦଶୀରେ ତିନି ହାଣ୍ଡି ଓ ଦ୍ୱାଦଶୀ ଦିନ ତିନି ହାଣ୍ଡି ଏହିପରି ୯ ହାଣ୍ଡି ଅଧର ପଣା ଓ ବଳଭଦ୍ରଙ୍କ ରଥରେ ରାମ, କୃଷ୍ଣଙ୍କ ଉଦ୍ଦେଶ୍ୟରେ ୨ ହାଣ୍ଡି (ସାନ) ଓ ଜଗନ୍ନାଥଙ୍କ ରଥରେ ମଦନମୋହନ ଠାକୁରଙ୍କ ନିମିତ୍ତ ୧ ହାଣ୍ଡି (ସାନ) କ୍ରମରେ ମୋଟ ୧୨ଟି ହାଣ୍ଡି ଅଧର ପଣା ଭୋଗ ହେଉଥିଲା। ବର୍ତ୍ତମାନ ତିନି ରଥ ପାଇଁ ଦ୍ୱାଦଶୀ ଦିନ ମୋଟ ୯ ହାଣ୍ଡି ଅଧର ପଣା ଭୋଗ ହେଉ ଅଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe