ପରୀକ୍ଷା ପେ ଚର୍ଚ୍ଚାର ସପ୍ତମ ସଂସ୍କରଣ । ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଦେବେ ପରୀକ୍ଷା ପ୍ରସ୍ତୁତି ଟିପ୍ସ ।

123

କନକ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଭାଗ ନେବେ । ଏହି କାର୍ଯ୍ୟକ୍ରମରେ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ସମସ୍ତଙ୍କୁ ସମ୍ବୋଧିତ କରି ପରୀକ୍ଷା ସମ୍ପର୍କରେ ଆଲୋଚନା କରିବେ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରୀକ୍ଷା ପେ ଚର୍ଚ୍ଚା ୨୦୨୪ କାର୍ଯ୍ୟକ୍ରମ ସମ୍ପର୍କିତ ସୂଚନା ଟୁଇଟରରେ ସେୟାର କରିଛନ୍ତି ।

ତାଙ୍କ କହିବା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ପିପିସି ୨୦୨୪ ପାଇଁ ୨ କୋଟି ୨୬ ଲକ୍ଷ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି । ନୂଆଦିଲ୍ଲୀର ଭାରତ ମଣ୍ଡପମ୍, ଆଇଟିପିଓ, ପ୍ରଗତି ମଇଦାନରେ ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରୀକ୍ଷା ପେ ଚର୍ଚ୍ଚାର ଏହା ହେଉଛି ସପ୍ତମ ସଂସ୍କରଣ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରଛାତ୍ରୀ, ଶିକ୍ଷା ଓ ଅନ୍ୟାନ୍ୟ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିନ କରିବେ ।