ଆସନ୍ତାକାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଭୁବନେଶ୍ୱରରେ କରିବେ ରୋଡ୍ ସୋ’

103

କନକ ବ୍ୟୁରୋ: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କାଲି ସଂଧ୍ୟାରେ ଭୁବନେଶ୍ୱରରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ । ରାତି ୮ଟାରେ ମୋଦୀଙ୍କ ରାଲି ବିଜେପି ପାର୍ଟି ଅଫିସ୍ରୁ ବାହାରି ବାଣୀବିହାର ପର୍ଯ୍ୟନ୍ତ ଯିବ । ପ୍ରଧାନମନ୍ତ୍ରୀଙ୍କ ରାଲି ପୂର୍ବରୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ବ୍ଲାକ କ୍ୟାଟ୍ କମାଣ୍ଡୋ । ସୁରକ୍ଷା ସ୍ଥିତିର ଯାଞ୍ଚ କରିଛନ୍ତି ବ୍ଲାକ କ୍ୟାଟ୍ କମାଣ୍ଡୋ । ମୋଦୀ ଆସନ୍ତାକାଲି ରାତିରେ ରାଜଭବନରେ ରାତ୍ରିଯାପନ କରିବେ । ଏହା ପରିଦିନ ଅର୍ଥାତ୍ ୧୧ ତାରିଖରେ ତିନିଟି ଜନସଭାରେ ସାମିଲ ହେବେ । ପ୍ରଥମେ ସକାଳ ୯ଟା ୩୦ରେ କନ୍ଧମାଳ ଷ୍ଟାଡିୟମ୍ ପଡ଼ିଆରେ ଏକ ସମାବେଶରେ ଯୋଗଦେବେ । ଦିନ ୧୧ଟା ୩୦ରେ ବଲାଙ୍ଗୀରରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେବେ । ଦିନ ଗୋଟାଏରେ ବରଗଡ଼ ଟୋଲ ଗେଟ୍ ପଡ଼ିଆରେ ମୋଦୀ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ।